ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଢେଙ୍କାନାଳ ଗସ୍ତ !

ଢେଙ୍କାନାଳ : ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଶ୍ରୀ ସଚିନ୍ ରାମଚନ୍ଦ୍ର ଯାଦବ ଏକ ଦିନିକିଆ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଆସି ଆଜି ଅପରାହ୍ନରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ଉପସ୍ଥିତ ରହି ରାଜସ୍ୱ ଆୟୁକ୍ତଙ୍କୁ ସ୍ବାଗତ କରିଥିଲେ । ସର୍ବପ୍ରଥମେ ରାଜସ୍ବ ଆୟୁକ୍ତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ପରିଚୟ ପଚାରିବା ସହ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକର ତୃଣମୂଳ ସ୍ତରରେ ସଫଳ ରୁପାୟନ ନିମନ୍ତେ ସେ ପରାମର୍ଶ ଦେଇଥିଲେ । ପରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ଜନ ସ୍ବାସ୍ଥ୍ୟ, ଗ୍ରାମୀଣ ବିକାଶ, ବିଦ୍ୟାଳୟ ଓ ଗଣଶିକ୍ଷା,ମହିଳା ଓ ଶିଶୁ ବିକାଶ, ଅନୂସୁଚୀତ ଜାତି ଓ ଜନଜାତି, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାମାଜିକ ସୁରକ୍ଷା, ସମନ୍ବୟ, ଶକ୍ତି, କ୍ରୀଡା, ଅବକାରୀ ଓ ରାଜସ୍ୱ ବିଭାଗଗୁଡିକର ସମୀକ୍ଷା କରିଥିଲେ । ସମ୍ପୃକ୍ତ ଅଧିକାରୀମାନେ ନିଜ ନିଜ ବିଭାଗର ତଥ୍ୟ ପାୱାର ପଏଣ୍ଟ ମାଧ୍ୟମରେ ରାଜସ୍ବ ଆୟୁକ୍ତଙ୍କୁ ଅବଗତ କରାଇଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀ ରମେଶ ଚନ୍ଦ୍ର ସେଠି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀମତି ଅନିତା ପାତ୍ର , ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ସମସ୍ତ ଉପଜିଲ୍ଲାପାଳ, ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ l

Leave A Reply

Your email address will not be published.

5 × one =