କାମାକ୍ଷାନଗର ବ୍ଲକରେ ବ୍ଲକସ୍ତରୀୟ “ମୋ ଢେଙ୍କାନାଳ” ମହୋତ୍ସବ ୨୦୨୪ ଅନୁଷ୍ଠିତ !

ଢେଙ୍କାନାଳର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗୁରୁଦେବଜୀ ଫାଉଣ୍ଡେସନ ଏବଂ ମୋ ଢେଙ୍କାନାଳ ଚ୍ୟାନେଲ ପକ୍ଷରୁ ମୋ ଢେଙ୍କାନାଳ ଡିଜିଟାଲ ଚ୍ୟାନେଲର ୬ଷ୍ଠ ପ୍ରତିଷ୍ଠା ଦିବସ ଉପଲକ୍ଷେ ବ୍ଲକସ୍ତରୀୟ “ମୋ ଢେଙ୍କାନାଳ ମହୋତ୍ସବ ୨୦୨୪ “ମୋ ପ୍ରତିଭା ମୋ ପରିଚୟ” ସାଂସ୍କୃତିକ ଓ ଶିକ୍ଷା ଭିତ୍ତିକ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ ଅବସରରେ କାମାକ୍ଷାନଗର ବ୍ଲକର ଏନଏସି ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ଢେଙ୍କାନାଳ ମହୋତ୍ସବ ଓ ମୋ ପ୍ରତିଭା ମୋ ପରିଚୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଯଥା ଚିତ୍ରାଙ୍କନ, ପ୍ରବନ୍ଧ, ବକ୍ତୃତା, ସଙ୍ଗୀତ, ନୃତ୍ୟ ଓ ଅଭିନୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ ଭୁବନ ବ୍ଲକର ବିଭିନ୍ନ ସ୍କୁଲର ପ୍ରାୟ ୩୭୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗ ଦେଇ ତାଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ ଏବଂ ଏଥିରେ ବିଚାରକ ରୂପେ ବିଜୟ କୁମାର ମିଶ୍ର, ସସ୍ମିତା ମାଝୀ, ମମତା ମହନ୍ତଙ୍କ ସମେତ ବରିଷ୍ଠ ସଦସ୍ୟସଦସ୍ୟା ଯୋଗଦେଇ ପ୍ରତିଭାର ମୂଲ୍ୟାଙ୍କନ କରି ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ପାଇଁ କୃତି ପ୍ରତିଯୋଗୀଙ୍କୁ ମନୋନିତ କରିଥିଲେ । ଏହି ବ୍ଲକସ୍ତରୀୟ ମହୋତ୍ସବକୁ କାମାକ୍ଷାନଗର ତହସିଲଦାର ପ୍ରିୟବ୍ରତ ଦାସ ଉଦ୍ଘାଟକ ତଥା ମୂଖ୍ୟ ଅତିଥି ଭାବରେ ଯୋଗ ଦେଇ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ସହକାରୀ ଜିଲ୍ଲାପାଳ ଦୀପକ କୁମାର ମିଶ୍ର, ସାମ୍ୱାଦିକ ସୁଧୀର କୁମାର ପରିଡ଼ା, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରବୋଧ କୁମାର ମହାପାତ୍ର ଏବଂ ପ୍ରତିଷ୍ଠାତା ମାଷ୍ଟର ଇଂ ସୌମ୍ୟବ୍ରତ ସାହୁ ପ୍ରମୁଖ ଯୋଗଦେଇ ଉଦ୍ଘାଟନ ଉତ୍ସବରେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ ଯୋଗ ଦେଇ ମୋ ଢେଙ୍କାନାଳର ଏହି ନିଆରା କାର୍ଯ୍ୟକ୍ରମ କରିଥିବାରୁ ଚ୍ୟାନେଲକୁ ଧନ୍ୟବାଦ୍ ଦେବା ସହ ଏହାର ପ୍ରତିଷ୍ଠାତା ମାଷ୍ଟର ଇଂ ସୌମ୍ୟବ୍ରତ ସାହୁଙ୍କୁ ଭୂୟଂସି ପ୍ରଶଂସା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ କାମାକ୍ଷାନଗର ବାର ଆସୋସିଏସନ ସଭାପତି ଧର୍ମାନନ୍ଦା ମଲ୍ଲିକ, ସମାଜସେବୀ ଦିଲ୍ଲୀପ କୁମାର ଷେଣ୍ଢ ପ୍ରମୁଖ ଯୋଗଦେଇ ମୋ ଢେଙ୍କାନାଳର ଏହି ପ୍ରୟାସକୁ ସ୍ୱାଗତ ଜଣାଇବା ସହ ସାଧୁବାଦ ଜଣାଇଥିଲେ । ଗୁରୁଦେବଜୀ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ମୋ ଢେଙ୍କାନାଳର ପ୍ରତିଷ୍ଠାତା ମାଷ୍ଟର ଇଂ ସୌମ୍ୟବ୍ରତ ସାହୁ ପ୍ରଥମେ ମୋ ଢେଙ୍କାନାଳର ଲକ୍ଷ ଓ ଉଦ୍ଦେଶ୍ୟ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିବା ପରେ ସମସ୍ତ ଉପସ୍ଥିତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ, ସଦସ୍ୟସଦସ୍ୟା ଓ ସହଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ ଓ କହିଥିଲେ ଜିଲ୍ଲା ପ୍ରତି ସମର୍ପିତ ହୋଇ ସମସ୍ତେ ପ୍ରେମରେ କୁହନ୍ତୁ ମୋ ଢେଙ୍କାନାଳ ! ଏହି କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ଅମିତା ଘଡେଇ, ବିଷୟାବତି ମହାନ୍ତି,ସ୍ମିତାଞ୍ଜଳି ସାମଲ, ଭାରତୀ ପରିଡା, ଅଶେଷ କୁମାର ମାର୍ଥା, କୈକେୟୀ ଦେହୁରୀ ଗୁରୁଦେବଜୀ ଫାଉଣ୍ଡେସନର ପ୍ରତାପ ନାଏକଙ୍କ ସହିତ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଫାଉଣ୍ଡେସନର ସଦସ୍ୟ ପରିଚାଳନା କରିଥିବା ବେଳେ ସ୍କୁଲର ଶିକ୍ଷକ ଦୁର୍ଗା ପ୍ରସାଦ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

seventeen + 18 =