ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ଯୋଜନା ଶୁଭାରମ୍ଭର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ !
ଢେଙ୍କାନାଳ : ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ଯୋଜନା ଶୁଭାରମ୍ଭ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ମିନି ଷ୍ଟାଡିଅମରେ ଅନୁଷ୍ଠିତ ହେଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ରାଜ୍ୟ ସରକାର ସଦା ସର୍ବଦା ରାଜ୍ୟ ର ଅଧିବାସୀମାନଙ୍କ ସ୍ୱାସ୍ଥ୍ୟ ସେବା ପାଇଁ ଦାୟିତ୍ୱଵାନ ଅଟେ l ଏହି ପ୍ରରିପ୍ରେକ୍ଷୀରେ ଏହି ଯୋଜନା ସ୍ଵାସ୍ଥ ସେବା କୁ ଆଉ ପାଦେ ଆଗକୁ ନେବ ଓ ଲୋକ ମାଗଣା ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ପାଇପାରିବେ l ସେ ଆହୁରି ମଧ୍ୟ କହିଥିଲେ ଯେ, ଜିଲ୍ଲାରେ ୧୧ଲକ୍ଷରୁ ଅଧିକ ଲୋକଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ l ଏହି ବ୍ୟକ୍ତିବିଶେଷ ମାନଙ୍କୁ ଏହି ଏକକ କାର୍ଡ ତାଙ୍କୁ ସେମାନଙ୍କ ଘରେ ନେଇ ଦିଆଯିବ l ତେଣୁ କେହି ବ୍ୟସ୍ତ ନହେବା ପାଇଁ ସେ ଉପଦେଶ ଦେଇଛନ୍ତି l କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ସଭାପତିତ୍ୱ କରିଥିଲେ l ଏହି ଅବବସରରେ ସେ କହିଥିଲେ ଯେ, ଜିଲ୍ଲାରେ ଏହି କାର୍ଯ୍ୟକ୍ରମ କିଭଳି ସଫଳ ଓ ସୂଚାର ରୂପେ କରାଯିବ ସେ ଦିଗରେ ଜିଲ୍ଲା ପ୍ରଶାସନ ସର୍ବଦା ତତ୍ପର l ଆଜିର ଏହି କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟାଳୟ କୁ ଛାଡି ୩୭ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ କରାଯାଉଛି l ଅର୍ଥାତ ସମୁଦାୟ ୩୮ଟି ସ୍ଥାନରେ ଏହି କାର୍ଯ୍ୟକ୍ରମ କରାଯାଉଛି l ଜିଲ୍ଲା ମୁଖ୍ୟାଳୟରେ ୧୦୦୦ରୁ ଉର୍ଦ୍ଧ୍ୱ ଲୋକ ଏହି କାର୍ଯ୍ୟକ୍ରମରେ ସାମିଲ ହେଇଥିବା ବେଳେ ଜିଲ୍ଲାର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ହଜାରରୁ ଅଧିକ ଲୋକ ଏହି କାର୍ଯ୍ୟକ୍ରମରେ ଯୋଡିହେଇଛନନ୍ତି l ଏହି ଯୋଜନା ମାଧ୍ୟମରେ ଢେଙ୍କାନାଳ ଜିଲ୍ଲାରେ ୧୧ଲକ୍ଷରୁ ଉର୍ଦ୍ଧ ଜନସାଧାରଣଙ୍କୁ କାର୍ଡ ବଣ୍ଟନ କରାଯିବ l ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଏକ ଲକ୍ଷ ସତସ୍ତରି ହଜାର ସାତଶହ ପଚିଶଟି କାର୍ଡ ଜିଲ୍ଲାରେ ପଂହଁଚିଛି l ପର୍ଯ୍ୟାୟ କ୍ରମେ ବଳକା କାର୍ଡ ଉପଲବ୍ଧ ହେବ l ସାଧାରଣ ଜନ ସେବା କେନ୍ଦ୍ର ଗୁଡିକ ସମ୍ପୃକ୍ତ ଅଂଚଳର ଆଶାକର୍ମୀ/ ବହୁମୁଖୀ ଜନସ୍ୱାସ୍ଥ୍ୟ କର୍ମୀମାନଙ୍କ ସହାୟତାରେ ଗ୍ରାମ ସ୍ତରରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ l ଢେଙ୍କାନାଳ ଜିଲ୍ଲାରେ ୨୯ଟି ଘରୋଇ ହସ୍ପିଟାଲ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ( ଏ. ବି. ପିଏମ. ଜେ. ଏ. ୱାଇ – ଜି. ଜେ. ଏ. ୱାଇ ) ଯୋଜନାରେ ଅନୁବନ୍ଧିତ ଅଛନ୍ତି l ଏହାସହିତ ସାରା ଦେଶରେ ୨୯୦୦୦ ଘରୋଇ ଏବଂ ସରକାରୀ ହସ୍ପିଟାଲ ଏହି ଯୋଜନାରେ ତାଲିକାଭୁକ୍ତ ଅଛନ୍ତି l ନୂଆ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ବର୍ତ୍ତମାନର ସମସ୍ତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହିତାଧିକାରୀ ତାଲିକାଭୁକ୍ତ ହସ୍ପିଟାଲରେ ନିଜର ଆଧାର କାର୍ଡ ସହିତ ବର୍ତ୍ତମାନର ପାଖରେ ଥିବା ସ୍ୱାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିତ୍ସା ପାଇପାରିବେ l ଏହି ପ୍ରରିପ୍ରେକ୍ଷୀରେ ରାଜ୍ୟ ସ୍ତରରେ ଏକ କଲ୍ ସେଣ୍ଟର କରାଯାଇଛି ଯାହାର ନମ୍ବର 0674-2620500 ଅଟେ l ଏହି ଯୋଜନାକୁ ନେଇ କିଛି ଅସୁବିଧା ହେଲେ ଏହି ନମ୍ବରରେ କଲ କରିପାରିବେ l ଏହି ଯୋଜନାକୁ ଲୋକଙ୍କ ନିକଟକୁ ଅଧିକରୁ ଅଧିକ ପଂହଁଚେଇବା ପାଇଁ ଜିଲ୍ଲାରେ ୩୮ ଟି ସଚେତନତା ରଥ ବୁଲି ଲୋକଙ୍କୁ ସଚେତନ କରାଇବ ଏହାସହିତ ଲିଫଲେଟ, ପୋଷ୍ଟର, ବ୍ୟାନର ଲଗାଯିବ ଏବଂ ପଂଚାୟତ ସ୍ତରରେ ଲୋକଙ୍କୁ ଏ ସଂକ୍ରାନ୍ତରେ ସଚେତନ କରାଯିବ l ଯେପରି ଲୋକମାନେ ଏହି ଯୋଜନାର ଲାଭ ଉଠାଇପାରିବେ l ଏହି ଯୋଜନା ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ ଯାହା ଓଡିଶାର ସ୍ୱାସ୍ଥ୍ୟ ସେବାକୁ ଆହୁରି ଆଗକୁ ନେବା ସହ ଲୋକ ମାନଙ୍କୁ ଏକ ଉନ୍ନତ ଧରଣର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ନିଶ୍ଚିତ କରାଇବ l ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପରେ କଟକ ସ୍ଥିତ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେଉଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ସିଧାପ୍ରସାରଣ କରାଯାଇଥିଲେ l ଏହାପରେ ଏହି ଯୋଜନାର ୧୬ ଜଣ ହିତାଧିକାରୀଙ୍କୁ ପ୍ରତୀକାତ୍ମକ ଭାବେ ଏହି ଏକକ କାର୍ଡ ପ୍ରଦାନ କରାଯାଇଥିଲା l ପରବର୍ତ୍ତୀ ସମୟରେ ଜିଲ୍ଲାର ସମସ୍ତ ହିତାଧିକାରୀଙ୍କୁ ଖୁବ ଶୀଘ୍ର ଏହି କାର୍ଡ ପ୍ରଦାନ କରାଯିବ l ଏହି ପ୍ରରିପ୍ରେକ୍ଷୀରେ ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା ଯାହାକି ଜନସାଧାରଣ ମାନଙ୍କୁ ଏହି ଯୋଜନା ସମ୍ବନ୍ଧରେ ସଚେତନ କରାଇବ l ଏହି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ରୀ ନରେଶ ଚନ୍ଦ୍ର ମହାପାତ୍ର, ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷ ଶ୍ରୀ କାଳନ୍ଦୀ ବାରିକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୀପ୍ତି ରଞ୍ଜନ ସେଠି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ନୀଳମଣି ଦିଲ୍ଲୀପ ଚାନ୍ଦ ବେହେରା,ସହରର ବୁଦ୍ଧିଜୀବୀ, ସାମ୍ବାଦିକ ବନ୍ଧୁଗଣ, ଯୋଜନାର ହିତାଧିକାରୀ ଓ ପ୍ରଶାସନକି ଅଧିକାରୀଗଣ ଉପସ୍ଥିତ ରହିଥିଲେ l କାର୍ଯ୍ୟକ୍ରମର ପରିଚାଳନା ଶ୍ରୀ ସୁଶାନ୍ତ ମିଶ୍ର କରିଥିଲେ l