ଢେଙ୍କାନାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ !

ଢେଙ୍କାନାଳ : ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପଳ ସରୋଜ କୁମାର ସେଠୀ ଯୋଗଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଗ୍ରହଣ କରାଯାଇଥିବା ୫୩ ଅଭିଯୋଗ ମଧ୍ୟରୁ୪୧ଟିର ତ୍ୱରିତ ସମାଧାନ କରାଯାଇଥଲା । ରେଡକ୍ରସ୍ ପାଣ୍ଠି ସହାୟତା ପାଇଁ ୩ ଜଣ ଆବେଦନ କରିଥିଲେ । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଲୋଗାନୟାଗୀ ଦିବ୍ୟା ଭି., ଅତିରିକ୍ତ ଜିଲାପାଳ ରମେଶ ସେଠୀ (ସାଧାରଣ), ଜିଲ୍ଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି , କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ ।
 

Leave A Reply

Your email address will not be published.

6 + 17 =