ହିନ୍ଦୋଳ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ !

ଢ଼େଙ୍କାନାଳ : ହିନ୍ଦୋଳ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଜିଲ୍ଲାପଳ ସରୋଜ ସେଠୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଲୋଗାନୟାଗୀ ଦିବ୍ୟା ଭି. ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ପଞ୍ଜୀକୃତ ହୋଇଥିବା ୪୬ଟି ଅଭିଯୋଗ ମଧ୍ୟରୁ ୩୮ଟିର ସମାଧାନ କରାଯାଇଥିଲା। ରେଡକ୍ରସ୍‌ ସହାୟତା ପାଣ୍ଠି ପାଇଁ ୪ଜଣ ଓ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ପାଇଁ ଜଣେ ଆବେଦନ କରିଥିଲେ। ଶିବିରରେ ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସରୋଜ କୁମାର ଦତ୍ତ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଜ୍ୟୋତିଶଚନ୍ଦ୍ର ଚନ୍ଦ୍ର ମହାପାତ୍ରଙ୍କ ସମେତ ଜିଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

18 − 9 =