ବି.ବି. ହାଇସ୍କୁଲ ଠାରେ ଓଡ଼ିଶା ଦିବସ ପାଳିତ !

ଢେଙ୍କାନାଳ : କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ନିରାଡ଼ମ୍ବର ଭାବରେ ଶତାୟୁ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ  ଓଡ଼ିଶା ଦିବସ-୨୦୨୨ ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ଓଡ଼ିଶା ଶିକ୍ଷା ସେବା -୧(କନିଷ୍ଠ)ଙ୍କ ଅବାହକତ୍ବରେ ଓ ମାର୍ଗଦର୍ଶନରେ ସହକାରୀ ଶିକ୍ଷକ ତଥା ଶିଶୁ ବିଜ୍ଞାନ କଂଗ୍ରେସର ରାଜ୍ୟ ପୁରସ୍କାର ପ୍ରାପ୍ତ ଢେଙ୍କାନାଳ ଜିଲ୍ଲା ସଂଯୋଜକ ଡ଼ା. ଦେବୀ ପ୍ରସାଦ ମିଶ୍ରଙ୍କ ସଂଯୋଜନାରେ,ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର ,ସଂସ୍କୃତ ଶିକ୍ଷକ ଦୀପ୍ତିଶ କୁମାର ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ,ଶିକ୍ଷକ ତଥା କର୍ମଚାରିବୃନ୍ଦଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ଏହି ଉତ୍ସବରେ ବରିଷ୍ଠ ଶିକ୍ଷୟିତ୍ରୀ ବିଜୟରଶ୍ମି ମିଶ୍ର ସଭାପତିତ୍ୱ କରିଥିଲେ।ଓଡ଼ିଶା ଦିବସ ଉପଲକ୍ଷେ ଅନୁଷ୍ଠିତ ବ୍ଲକ ସ୍ତରରେ, ଜିଲ୍ଲାସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରରେ ଯୋଗଦାନ କରି ଉଚ୍ଚ ପ୍ରଶଂସିତ ହୋଇ ପୁରସ୍କୃତ ହୋଇଥିବା  ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ଶୁଭସ୍ମିତା ସାହୁ,ଅଷ୍ଟମ ଶ୍ରେଣୀ ଛାତ୍ର ଆଶୁତୋଷ ତ୍ରିପାଠୀ, ପିନାକୀ ପ୍ରୀତମ ଛୋଟରାୟଙ୍କ ସମେତ ଅନେକ ଛାତ୍ରୀ, ଛାତ୍ର ସ୍ଵୀୟ ବକ୍ତବ୍ୟରେ ଓଡ଼ିଶା ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରି  ଓଡ଼ିଶାର ସର୍ବାଙ୍ଗୀନ ବିକାଶରେ ସହଭାଗୀ ହୋଇ ଆଗେଇ ଆସିବାକୁ ଦୃଢ଼ ଆହ୍ୱାନ ଦେଇଥିଲେ।

ସଂଯୋଜକ ଡ଼ା. ଦେବୀ ପ୍ରସାଦ ମିଶ୍ର ସ୍ଵୀୟ ବକ୍ତବ୍ୟରେ ଓଡ଼ିଶା ଦିବସ ପାଳନର ଆବଶ୍ୟକତା, ଉଦ୍ଦେଶ୍ୟ,ଯଥାର୍ଥତା,ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିବା ସଙ୍ଗେ ସଙ୍ଗେ ଓଡ଼ିଆ ଭାଷାର ସୁରକ୍ଷା ହିଁ ଓଡ଼ିଶାର ଅସ୍ମିତା ରକ୍ଷାର ପ୍ରଥମ ସୋପାନ ବୋଲି ଦୃଢ଼ ମତପୋଷଣ କରି ସମସ୍ତେ ଏଥିପାଇଁ ସମ୍ମିଳିତ ଉଦ୍ୟମ ଜାରି ରଖିବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ ଓ ଓଡ଼ିଆ ଭାଷା ସୁରକ୍ଷା ସମ୍ପର୍କରେ ସ୍ୱରଚିତ ଏକ କବିତା ଆବୃତ୍ତି କରିଥିଲେ।

ପ୍ରାତଃ ୬ ଘଟିକା ୩୦ ମିନିଟ ସମୟରେ ବିଦ୍ୟାଳୟର ଛାତ୍ରୀ, ଛାତ୍ର ମାନେ ଓଡ଼ିଶା ଦିବସ ସମ୍ପର୍କରେ ବିଭିନ୍ନ ସ୍ଲୋଗାନ ଦେଇ ପ୍ରଭାତ ଫେରି ଓ  ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ବନ୍ଦେ ଉତ୍କଳ ଜନନୀ ଗାନ, ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ  ପୁଷ୍ପ ମାଲ୍ୟାର୍ପଣ ସହ ସହର ପରିକ୍ରମାରେ ସଫଳ ଅଂଶଗ୍ରହଣ କରି ଥିଲେ ଓ ସାନ୍ଧ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।ଏହି ଅବସରରେ ବିଦ୍ୟାଳୟରେ ଅବସ୍ଥାପିତ ପଞ୍ଚସଖା,ବ୍ରଜନାଥ ବଡ଼ଜେନା,ନୃସିଂହ କାନୁନଗୋ, ଉତ୍କଳ ଗୌରବ ମଧୁସୂଦନ ଦାସ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଗଣେଶ, ସରସ୍ୱତୀ ଓ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ,ଧୂପ ଦୀପ ଅର୍ପଣ କରାଯାଇ ସମ୍ମିଳିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରା ଯାଇଥିଲା।ବିଦ୍ୟାଳୟର ଭୋକେସନାଲ ବିଭାଗର  ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରାଙ୍କ ନେତୃତ୍ୱରେ ଓ ସଂସ୍କୃତ ଶିକ୍ଷକ ଦିପ୍ତୀଶ କୁମାର ଶତପଥୀଙ୍କ ମିଳିତ ମାର୍ଗଦର୍ଶନରେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସର୍ବ ଭାରତୀୟ ସ୍ତରରେ ଅନୁଷ୍ଠିତ ‘ପରୀକ୍ଷା ପେ ଚର୍ଚ୍ଚା’ରେ ଛାତ୍ରୀ ଛାତ୍ର ମାନଙ୍କ ସହ ମତ ବିନିମୟର ଲାଇଭ କାର୍ଯ୍ୟକ୍ରମକୁ ବିଦ୍ୟାଳୟରେ ଥିବା ସ୍ମାର୍ଟ ଶ୍ରେଣୀଗୃହରେ ଇଣ୍ଟରଆକ୍ଟିଭ ପ୍ୟାନେଲରେ ଇଣ୍ଟରନେଟ ଦ୍ୱାରା ୟୁ ଟ୍ୟୁବ ଲିଙ୍କ ମାଧ୍ୟମରେ ସଫଳ ପ୍ରଦର୍ଶନ ସମସ୍ତଙ୍କ ଦ୍ୱାରା ବେଶ ଶିକ୍ଷଣୀୟ ଓ ଆନନ୍ଦଦାୟକ ହୋଇପାରିଥିଲା।ଏତଦବ୍ୟତୀତ ଦୀର୍ଘ ବର୍ଷ ପରେ ପୁନର୍ବାର ବିଦ୍ୟାଳୟର ଦାୟିତ୍ୱରେ ଥିବା ହିନ୍ଦୀ ଶିକ୍ଷକ କିଶୋର ଚନ୍ଦ୍ର ସାମଲ, ସମସ୍ତ ପାଚିକା ବୃନ୍ଦ ଓ ବିଦ୍ୟାଳୟର ପରିଚାଳନା କମିଟିର ସମସ୍ତ ସଭ୍ୟ ମାନଙ୍କର ମିଳିତ ସହଯୋଗରେ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଉପସ୍ଥିତ ସମସ୍ତ ଛାତ୍ରୀ, ଛାତ୍ର ମାନଙ୍କୁ ରନ୍ଧନ ଖାଦ୍ୟ ପରିବେଷଣ କରାଯାଇଥିଲା ଓ ସମସ୍ତେ ତାହାକୁ ଆନନ୍ଦରେ ଗ୍ରହଣ କରିଥିଲେ।


ବିଦ୍ୟାଳୟର  ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ କୁମାର ଛୋଟରାୟ, ଅନ୍ୟତମ ସଦସ୍ୟ ସାରଙ୍ଗଧର ସାହୁ,ଦିଲାବର ହୁସେନ, ବିରଞ୍ଚି ନାଏକ,ସଦସ୍ୟା ଝରଣା ପାତ୍ର, ବରିଷ୍ଠ ଶିକ୍ଷୟିତ୍ରୀ ବିଜୟରଶ୍ମି ମିଶ୍ର,ଶ୍ଵେତପଦ୍ମା ମିଶ୍ର,ଇତିଶ କୁମାର ବରାଳ,ଡ଼ା.ଦେବୀ ପ୍ରସାଦ ମିଶ୍ର, ସୁଭାଷ କୁମାର ନନ୍ଦ,ସ୍ବର୍ଣ୍ଣମୟୀ ଶତପଥୀ ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା,ଡ଼ଃ ଅନୁପମା ମିଶ୍ର,କିଶୋର ଚନ୍ଦ୍ର ସାମଲ,କିରଣମୟୀ ମାହାଳିକ,ଦିପ୍ତୀଶ କୁମାର ଶତପଥୀ,କଲ୍ୟାଣୀ ବଡ଼ଜେନା, ସ୍ମିତିସୁଧା ଜେନା,ଧ୍ୟାନଚାନ୍ଦ ମିଶ୍ର,ସୁଚିତ୍ରା ସାହୁ,ଅନୁପମା ପଣ୍ଡା, କ୍ଷୀରାବଧିତନୟା ମହାପାତ୍ର, ରଶ୍ମୀ ହୋତା,କଳ୍ପନା ବାରିକ, ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା,ସୁବ୍ରତ ସ୍ୱାଇଁ,ପ୍ରଭାତ ପ୍ରଧାନ, ବାସୁଦେବ ରଣା,ମମତା ବେହେରା, ରୁଦ୍ରାକ୍ଷ ଗଡନାୟକ,ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳର ସହକାରୀ ଶିକ୍ଷକ ଡ଼ା. ଦେବୀ ପ୍ରସାଦ ମିଶ୍ର  ଆଜିର ସମସ୍ତ କାର୍ଯ୍ୟକ୍ରମର ସାମଗ୍ରିକ ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.

nineteen − 9 =