ଡଃ.ଦାଶରଥି ମିଶ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ !

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପୌରାଞ୍ଚଳ ୨ ନମ୍ବର ୱାର୍ଡରେ ଅବସ୍ଥିତ ଡଃ ଦାଶରଥି ମିଶ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବ ଉପଲକ୍ଷେ ବିଦ୍ୟାଳୟ ର ଇକୋ କ୍ଲବ ତରଫରୁ ବିଭିନ୍ନ ପ୍ରକାରର ବୃକ୍ଷ ରୋପଣ କରାଯାଇଥିଲା । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅଞ୍ଜନା ମିଶ୍ର ଙ୍କ ସଭାପତି ତ୍ୱରେ ଏକ ସଭାର ଆୟୋଜନ କରାଯାଇ ବୃକ୍ଷ ରୋପଣ ର ମହତ୍ୱ ଉପରେ ଆଲୋଚନା କରାଯାଇଥିଲା । ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସରଳା ସାହୁ ବୃକ୍ଷ ର ଉପକାରିତା ସମ୍ପର୍କରେ ଅବଗତ କରାଇବା ସହ ସମସ୍ତେ ପରିବେଶ ପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି ନିଜ ବକ୍ତବ୍ୟରେ ଉପସ୍ଥାପନା କରିଥିଲେ । ଶିକ୍ଷକ ସୁଶୀଳ କୁମାର ସାହୁ ବୃକ୍ଷ ରୋପଣ କରି ନୂତନ ଜଙ୍ଗଲ ସୃଷ୍ଟି କରିବା ଜରୁରୀ ବୋଲି କହିଥିଲେ । ଶିକ୍ଷକ ଶ୍ରୀ ଅଶୋକ କୁମାର ପ୍ରଧାନ ମଧ୍ୟ ପିଲାମାନଙ୍କୁ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ମିଶ୍ର ନିଜର ସ୍ୱହସ୍ତ ଲିଖିତ କବିତା ମାଧ୍ୟମରେ ପିଲାମାନଙ୍କ ମନରେ ବୃକ୍ଷ ରୋପଣ କରିବା ପାଇଁ ଉତ୍ସାହ ଭରିଦେଇ ଥିଲେ । ଶେଷରେ ଶିକ୍ଷୟିତ୍ରୀ କବିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ତାପରେ ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପିଲାମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସ୍କୁଲରୁ ଆରମ୍ଭ କରି କାଠଗଡା ଆନନ୍ଦ ନଗର ପର୍ଯ୍ୟନ୍ତ କରାଯାଇଥିଲା । ଏଥିରେ ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଭୃତି ଯୋଗଦେଇଥିଲେ ।

Leave A Reply

Your email address will not be published.

2 × 2 =