ଘରେ ଘରେ ତ୍ରିରଙ୍ଗା ଅଭିଯାନ: ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା !

ଢେଙ୍କାନାଳ : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦିଆଯାଉଛି I ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ବାଜି ଚୌକ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଛି । ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ଯୋଗ ଦେଇ ସର୍ବ କନିଷ୍ଟ ସହିଦ ଶ୍ରୀ ବାଜିରାଉତ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଓ କାନଭାସରେ ଜୟ ହିନ୍ଦ ଲେଖି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ଏହି ଯାତ୍ରାରେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପlତ୍ରଙ୍କ ପ୍ରତିନଧି ଭାବେ ଶ୍ରୀ ରାମ ଚନ୍ଦ୍ର ପlତ୍ର, ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପlତ୍ର, ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ , ଜିଲ୍ଲା ଅରକ୍ଷୀ ଅଧିକ୍ଷକ ଶ୍ରୀ ମଡକର ସନ୍ଦୀପ ସମ୍ପତ,ଜିଲ୍ଲାପରିଷଦ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଯୋଗ ଦେଇ କାନଭାସରେ ନିଜ ବାର୍ତ୍ତା ଦେବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସୂଚନା ଯୋଗ୍ୟକି, ଢେଙ୍କାନାଳ ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜୋନ କରି ଲୋକଙ୍କୁ ଜାତୀୟତା ଭାବ, ଓ ଏକତା ସମ୍ପର୍କରେ ବାର୍ତ୍ତା ଦିଆଯିବ l ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବ୍ସାଇଟରେ ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ଢେଙ୍କାନାଳ ଜିଲ୍ଲା ବାସୀଙ୍କୁ ଜିଲ୍ଲାପାଳ ନିବେଦନ କରିଛନ୍ତି । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁଙ୍କ ନେତୃତ୍ଵରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ମିଶନ ଶକ୍ତି, ଶିକ୍ଷା, ସଂସ୍କୃତି, ପଂଚାୟତ ରାଜ ବିଭାଗ, ପୌରପାଳିକା ଏବଂ ସୂଚନା ଏବଂ ଲୋକ ସଂପର୍କ ଭିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ , ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ, ସ୍ଥାନୀୟ ଲୋକ କଳାକାର ଏଥିରେ ଯୋଗ ଦେଇଥିଲେ I

Leave A Reply

Your email address will not be published.

two × five =